Oops! It appears that you have disabled your Javascript. In order for you to see this page as it is meant to appear, we ask that you please re-enable your Javascript!

ରୀତା ସାହୁ ହେଲେ ବିଜେପୁର ପାଇଁ ବିଜେଡିର ପ୍ରାର୍ଥୀ

ଭୁବନେଶ୍ୱର,୨୮। ୦୯: ବିଜେପୁର ଉପନିର୍ବାଚନ ପାଇଁ ରୀତା ସାହୁ ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି। ଶନିବାର ଦିନ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୀତାଙ୍କୁ ପ୍ରାର୍ଥୀ କରାଯାଇଥିବା ନେଇ ଘୋଷଣା କରିଛନ୍ତି।

ରୀତା ସାହୁ ପୂର୍ବତନ ବିଧାୟକ ସୁବଳ ସାହୁଙ୍କ ପତ୍ନୀ। ସୁବଳଙ୍କ ପରଲୋକ ପରେ ରୀତାଙ୍କୁ ବିଜେଡି ପକ୍ଷରୁ ଟିକେଟ୍ ଦିଆଯାଇଥିଲା। ସେ ଉପନିର୍ବାଚନ ଜିତି ସ୍ୱଳ୍ପକାଳ ପାଇଁ ବିଧାୟିକା ହୋଇଥିଲେ। ହେଲେ ୨୦୧୯ ସାଧାରଣ ନିର୍ବାଚନରେ ଉଭୟ ବିଜେପୁର ଏବଂ ହିଞ୍ଜିଳିରୁ ନିଜେ ମୁଖ୍ୟମନ୍ତ୍ରୀ ଲଢ଼ିଥିଲେ। ଆଉ ଦୁଇଟି ଯାକ ବିଧାନସଭା ଆସନରୁ ସେ ଜିତିଥିଲେ। ପରେ ହିଞ୍ଜିଳି ଆସନକୁ ରଖି ବିଜେପୁରରୁ ଇସ୍ତଫା ଦେଇଥିଲେ। ଫଳରେ ଉପନିର୍ବାଚନର ଆବଶ୍ୟକତା ପଡ଼ିଥିଲା। ପ୍ରକାଶଯୋଗ୍ୟ, ପୂର୍ବରୁ କଂଗ୍ରେସ ପକ୍ଷରୁ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ଭାଜପା ଏଯାବତ୍‌ ପ୍ରାର୍ଥୀ ଘୋଷଣା କରିନାହିଁ।

Leave a Reply

Your email address will not be published. Required fields are marked *