ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ପରଲୋକ

ଭୁବନେଶ୍ଵର ୦୬।୦୭: ତିର୍ତ୍ତୋଲ ବିଧାନସଭାରୁ ପ୍ରତିନିଧିତ୍ଵ କରୁଥିବା ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ପରଲୋକ ହୋଇଛି। ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଗତ କିଛି ଦିନ ଧରି ସେ ଚିକିତ୍ସାଧୀନ ଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିଲା ଏବଂ ସେ କୋମାରେ ଥିଲେ। ଆଜି ତାଙ୍କର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ଅନୁସୂଚିତ ବର୍ଗର ହୋଇଥିଲେ ମଧ୍ୟ ସେ ଜଗତସିଂହପୁର ଜିଲ୍ଲାରେ ଜଣେ ପ୍ରଭାବଶାଳୀ ବିଜେଡି ନେତା ଭାବେ ପରିଚିତ। ବିଧାୟକ ବିଷ୍ଣୁ ଦାସ ୨୦୧୯ ନିର୍ବାଚନରେ ତିର୍ତ୍ତୋଲ ସଂରକ୍ଷିତ ନିର୍ବାଚନ ମଣ୍ଡଳିରୁ ବିଜେଡି ପ୍ରାର୍ଥୀ ଭାବେ ବିଜୟୀ ହୋଇଥିଲେ। ତେବେ ୨୦୧୪ରେ ପରାଜିତ ହୋଇଥିବା ବିଷ୍ଣୁ ଦାସ ତା ପୂର୍ବରୁ ଲଗାତାର ପାଞ୍ଚ ଥର ଜଗତିସିଂହପୁର ବିଧାନସଭା ଆସନରୁ ଜିତିଥିଲେ। ସେ ମଧ୍ୟ କିଛି ଦିନ ରାଜ୍ୟସଭା ସଦସ୍ୟ ଏବଂ ଯୋଜନା ବୋର୍ଡ ଉପାଧ୍ୟକ୍ଷ ରହିଥିଲେ।

Leave a Reply

Your email address will not be published. Required fields are marked *