ବରିଷ୍ଠ ଚଳଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ୱର, ୨୦।୦୭: ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ଆଜି ଦେହାନ୍ତ ହୋଇଛି । ସେ ଗତ କିଛି ମାସ ଧରି ଅସୁସ୍ଥ ଥିଲେ । ସୋମବାର ସଂନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରତର ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ କେୟାର ହସପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛିଦିନ ଧରି ସେ କେୟାର ହସପିଟାଲରେ ଚିକିତ୍ସିତ ହେଉଥିଲେ । ତେବେ ଘରକୁ ଯିବାକୁ ଇଚ୍ଛା କରିବାରୁ ତାଙ୍କୁ କିଛିଦିନ ତଳେ ରସୁଲଗଡ଼ ଶିଳ୍ପାଞ୍ଚଳସ୍ଥିତ ଆପାର୍ଟମେଣ୍ଟକୁ ଅଣାଯାଇଥିଲା । ଆଜି ପୁଣି ସେ ନିଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିବା ପରେ ତାଙ୍କୁ କେୟାର ହସପିଟାଲରେ ରେ ଭର୍ତ୍ତି କରାଯାଇଥିଲା । ଗତ ମାସରେ ତାଙ୍କୁ ହାଇଦ୍ରାବାଦର ଏକ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ।

Leave a Reply

Your email address will not be published. Required fields are marked *