ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର୨୦/୯ : ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ତିନି ଦିନ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଆଜି ପାଇଁ ୭ଟି ଜିଲ୍ଲାରେ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼ ଏବଂ କଳାହାଣ୍ଡି । ସେହିଭଳି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡ଼ିକ ହେଲା ମୟୁରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ । ଆଜି ପାଇଁ ମୟୂରଭଞ୍ଜ, ବାଲେଶ୍ବର,ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କାଲି ପ୍ରାୟ ସବୁ ସ୍ଥାନ ଓ 22 ତାରିଖରେ ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *