ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର ୯।୧୦: ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ଅକ୍ଟୋବର ୧୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ତାରିଖ ରହିଛି । ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ଭୋଟ୍ ଗ୍ରହଣ କରାଯିବ । ନଭେମ୍ବର ୧୦ ତାରିଖରେ ଭୋଟ୍ ଗଣତି ହେବ । ନିର୍ବାଚନ ଲାଗି ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି ।

Leave a Reply

Your email address will not be published. Required fields are marked *