ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ପ୍ରାଣହାନୀ

ଭୁବନେଶ୍ବର ୨୬।୧୦: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରରୁ ୩ ଜଣ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଗଞ୍ଜାମ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *