ଘରେ କେହି ନଥିବା ବେଳେ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି କଲେ ଲୁଟେରା

ସୋର ୧୧।୧: ( ସଂକେତ ଟିଭି) ଘରେ କେହି ନଥିବାର ସୁଯୋଗ ନେଇ କଳାକନା ବୁଲାଇଲେ ଲୁଟେରା । ମା’ଙ୍କୁ ଚିକିତ୍ସା ପାଇଁ କଟକ ବଡ ଡାକ୍ତରଖାନା ନେଇ ଯାଇଥିବା ବେଳେ ଘରେ କେହି ନଥିବାର ସୁଯୋଗ ନେଇ କଳାକନା ବୁଲାଇଲେ ଲୁଟେରା । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ସୋର ଥାନା ମୁଳେଶ୍ବର ଗ୍ରାମରେ ।

ସୂଚନାଯୋଗ୍ୟ ଯେ, ମାଳତୀ ପ୍ରଧାନ ନିଜ ମା’ଙ୍କୁ ଚିକିତ୍ସା ପାଇଁ କଟକ ବଡ ଡାକ୍ତରଖାନାକୁ ନେଇ ଯାଇଥିଲେ । ସୋମବାର ଘରକୁ ଫେରିବା ପରେ ଘରେ ତାଲା ଭଙ୍ଗାଯାଇ ଲକ୍ଷାଧିକ ଟଙ୍କାର ଗହଣା ଚୋରି ଓ ଘରର ବିଭିନ୍ନ ଆସବାବପତ୍ର ଚୋରି ହୋଇଥିବା ଦେଖିବାକୁ ପାଇଥିଲେ । ଏନେଇ ମାଳତୀ ସୋର ଥାନାରେ ଅଭିଯୋଗ କରିବା ପରେ ଘଟଣାସ୍ଥଳରେ ସୋର ପୋଲିସ ପହଞ୍ଚି ଛାନ୍ ଭିନ୍ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *