ରାଜ୍ୟରେ ପ୍ରାଣ ହରାଇଲେ ଆଉ ଜଣେ କରୋନା ସଂକ୍ରମିତ

ଭୁବନେଶ୍ବର ୧୪।୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନାରେ ମୃତ୍ୟୁ ବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୭୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୬୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୨୯୨୦୬୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *