ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୬ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର ୧୫।୧: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୯୪୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।