ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି

ଭୂବନେଶ୍ବର, ୨୮।୧: ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛି। ଏନେଇ ବିଜେଡି ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି ।

ତେବେ ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ଖୁବଶୀଘ୍ର ପିପିଲି ଉପ ନିର୍ବାଚନ ତାରିଖ ଘୋଷଣା ହେବ ବୋଲି କହିଥିଲେ । ଏନେଇ ନିର୍ବାଚନ କମିଶନ ଉପ ନିର୍ବାଚନ ପାଇଁ ଅନୁମତି ଦେଇସାରିଛନ୍ତି । ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ ବୋଲି ସେ କହିଥିଲେ ।

ସୂଚନାଯୋଗ୍ୟ ଯେ, ବିଧାୟକ ପ୍ରଦୀପ ମହାରାଥୀଙ୍କ ମୃତ୍ୟୁ ପରେ ପିପିଲି ଆସନ ଖାଲି ପଡିଛି । ରାଜ୍ୟର ୩ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ଏହି ଆସନରେ ବାଜିମାତ୍ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଏବେସୁଦ୍ଧା କୌଣସି ଦଳ ପିପିଲି ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି । ବିଜେଡି ପକ୍ଷରୁ ପ୍ରଦୀପ ମହାରଥୀଙ୍କ ପତ୍ନୀ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଛି । କାରଣ ସେ ନିଜେ କିଛି ଦିନ ତଳେ ସୁଯୋଗ ମିଳିଲେ ନିର୍ବାଚନ ଲଢିବେ ବୋଲି କହିଥିଲେ ।

Leave a Reply

Your email address will not be published. Required fields are marked *