୫ଟି ରାଜ୍ୟର ଓଡିଶା ଫେରନ୍ତାଙ୍କୁ ୭ଦିନ ବାଧ୍ଯତାମୂଳକ ହୋମ୍ ଆଇସୋଲେସନ୍‌

ଭୁବନେଶ୍ବର ୨୭।୨: କରୋନା ପ୍ରଭାବିତ ରାଜ୍ୟରୁ ଫେରୁଥିବା ଯାତ୍ରୀଙ୍କୁ ୭ ଦିନିଆ ହୋମ ଆଇସୋଲେସନରେ ରହିବା ଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଏହି ପାଞ୍ଚଟି ରାଜ୍ଯ ହେଲା ମହାରାଷ୍ଟ୍ର, କେରଳ, ତାମିଲନାଡ଼ୁ, ଛତିଶଗଡ଼ ଓ ମଧ୍ୟପ୍ରଦେଶ । ଏସବୁ ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା ଜାରି କରାଯାଇଛି ।

ବିଶେଷ କରି ମହାରାଷ୍ଟ୍ର, କେରଳ, ତାମିଲନାଡ଼ୁ, ଛତିଶଗଡ଼ ଓ ମଧ୍ୟପ୍ରଦେଶରେ କରୋନା ବ୍ୟାପିବାରେ ଲାଗୁଛି । ତେଣୁ ଏସବୁ ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ଓଡ଼ିଶା ସରକାର କଡ଼ା କଟକଣା ଲଗାଇଛନ୍ତି। ଏହି ସବୁ ରାଜ୍ଯର ଓଡିଶା ଫେରନ୍ତା ଯାତ୍ରୀମାନଙ୍କ ଲାଗି ବିମାନବନ୍ଦର ଓ ରେଳ ଷ୍ଟେସନରେ ଥର୍ମାଲ ସ୍କ୍ରିନିଂ ସହ ରାପିଡ୍ ଆଣ୍ଟିଜେନ୍ କିଟ୍ ପରୀକ୍ଷା କରିବା ଲାଗି କୁହାଯାଇଛି। ଏହି ୫ ରାଜ୍ୟ ଫେରନ୍ତାଙ୍କ ପାଇଁ ୭ଦିନ ବାଧ୍ୟତାମୂଳକ ଗୃହ ପୃଥକ୍ ବାସ ଲାଗୁ କରାଯାଇଛି। କିନ୍ତୁ କୋଭିଡ୍ ରିପୋର୍ଟ ନେଗେଟିଭ୍ ଥିଲେ କିମ୍ବା କୋଭିଡ୍ ଟିକା ନେଇ ପ୍ରମାଣ ପତ୍ର ପାଇଥିଲେ ଗୃହ ପୃଥକ୍ ବାସ ଜରୁରୀ ନୁହେଁ ବୋଲି କୁହାଯାଇଛି। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏ ସଂକ୍ରାନ୍ତରେ ସବୁ ଜିଲ୍ଲାପାଳ, ନଗର ନିଗମ କମିସନର, ବିଜୁ ପଟ୍ଟନାୟକ ଓ ଝାରସୁଗୁଡ଼ା ବିମାନବନ୍ଦର ନିର୍ଦ୍ଦେଶକ ଓ ପୂର୍ବତଟ ରେଳବାଇର ମହାପ୍ରବନ୍ଧକଙ୍କୁ ଚିଠି ଲେଖିଛନ୍ତି।

Leave a Reply

Your email address will not be published. Required fields are marked *