ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେଡିରୁ ନିଲମ୍ବିତ

ଭୂବନେଶ୍ବର ୮।୯: (ସଂକେତ ଟିଭି) ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି । ତାଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ନିଲମ୍ବିତ କରିଛନ୍ତି ।

ସୂଚନା ଅନୁସାରେ, ଆଜି ବାଲୁଗାଁ ଏନ୍‌ଏସି କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାସନକାର୍ଡ ବଂଟନ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା। ଏଥିରେ ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଯୋଗ ଦେବା କାର୍ଯ୍ୟକ୍ରମ ମଧ୍ୟ ରହିଥିଲା। କାର୍ଯ୍ୟାଳୟ ଫାଟକ ସମ୍ମୁଖରେ ବିଧାୟକଙ୍କୁ କାର୍ଯ୍ୟାଳୟ ମଧ୍ୟକୁ ପଶିବାକୁ ଦେଇନଥିଲେ । ଏହାକୁ ନେଇ ବିଧାୟକ ଓ ବିଜେପି ମଣ୍ଡଳ ସଭାପତିଙ୍କ ଧ୍ୟରେ ବଚସା ହୋଇଥିଲା । ବଚସା ସମୟରେ ଉତକ୍ଷୀପ୍ତ ହୋଇ ବିଧାୟକ ମଣ୍ଡଳ ସଭାପତିଙ୍କୁ ମାରିବାପାଇଁ ହାତ ଉଠାଇଥିଲେ। ଏହାକୁ ନେଇ ଉଭୟଙ୍କ ସମର୍ଥକଙ୍କ ମଧ୍ୟରେ ୧୦-୧୫ ମିନିଟ୍‌ ଧରି ପରସ୍ପର ଗାଳିଗୁଲଜ କରିବା ସହ ଧସ୍ତାଧସ୍ତି ହୋଇଥିଲା। ଏହି ଘଟଣାରେ ନିରଂଜନ ସେଠୀଙ୍କ ପକ୍ଷରୁ ବିଧାୟକ ଜଗଦ୍ଦେବଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ ଦିଆଯାଇଥିଲା। ତେବେ ଥାନାରେ ଅଭିଯୋଗ ଭିତ୍ତିରେ ଏତଲା ଦାଏର ହୋଇନଥିବାରୁ ଅପରାହ୍‌ଣରେ ପୃଥ୍ଵବୀରାଜ ହରିଚନ୍ଦନଙ୍କ ନେତୃତ୍ୱରେ ଥାନା ସମ୍ମୁଖରେ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେବେ ଏହି ବିଶୃଙ୍ଖଳ ଆଚରଣ ପାଇଁ ବିଜେଡି ପ୍ରଶାନ୍ତଙ୍କୁ ନିଲମ୍ବିତ କରିଛି ।