ପୁଣି ମାତିଲା କରୋନା, ବୁର୍ଲା ଭୀମସାରରେ ୨୯ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ

ସମ୍ବଲପୁର ୨୩।୧୧: (ସଂକେତ ଟିଭି) ବୁର୍ଲା ଭୀମସାରରେ ୨୯ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । ସୋମବାର ପ୍ରଥମ ବର୍ଷର ୨୨ ଜଣ ଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏବେ ଆଉ ୭ ଜଣ ଛାତ୍ରଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସମସ୍ତଙ୍କୁ କୋଭିଡ ଓ୍ୱାର୍ଡରେ ଭର୍ତ୍ତି କରାଯାଇଛି ।

ଏକାଧିକ ଡାକ୍ତରୀ ଛାତ୍ରଛାତ୍ରୀ କୋଭିଡ୍ ସଂକ୍ରମିତ ଚିହ୍ନଟ ହେବା ପରେ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଭୀମସାର କର୍ତ୍ତୃପକ୍ଷ । ପ୍ରଥମ ବର୍ଷ ଓ ଦ୍ଵିତୀୟ ବର୍ଷର ଅଫଲାଇନ ପରୀକ୍ଷା ବାତିଲ ହୋଇଛି। ସମସ୍ତ ପରୀକ୍ଷା ଓ ପ୍ରାକ୍ଟିକାଲ ଅନଲାଇନ ମାଧ୍ୟମରେ ହେବ ବୋଲି ସୂଚନା ମିଳିଛି। ଏନେଇ ଭୀମସାର ଅଧ୍ୟକ୍ଷ ପ୍ରଫେସର ଡାକ୍ତର ଜୟଶ୍ରୀ ଦୋରା ସୂଚନା ଦେଇଛନ୍ତି ।

ତେବେ କିଛି ଦିନ ପୂର୍ବେ ସମସ୍ତେ କୌଣସି ଏକ କାର୍ଯ୍ୟକ୍ରମରେ ଏକାଠି ହୋଇଥିଲେ । ସେଠାରୁ ସଂକ୍ରମଣ ବ୍ୟାପିଥିବା ଅନୁମାନ କରାଯାଉଛି ।