ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ୫ ଦିନ ପାଇଁ ସ୍କୁଲ ଛୁଟି

ଭୁବନେଶ୍ୱର: (ସଂକେତ୍ ଟିଭି) ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଆସନ୍ତାକାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ଛୁଟି ଘୋଷଣା ହୋଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି । ସ୍କୁଲ ଛୁଟି ହେଲେ ମଧ୍ୟ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା ଚାଲୁ ରହିବ ବୋଲି ବିଭାଗ କହିଛି ।