ଆସୁଛି ଲଘୁଚାପ, ଭିଜିବ ଓଡିଶା, ତାତିରୁ ମିଳିବ ନିସ୍ତାର

ଭୁବନେଶ୍ବର : (ସଂକେତ ଟିଭି) ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବାବେଳେ ଆସନ୍ତା ୫ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ମେ ୪ ତାରିଖ ରାତି ବା ୫ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ସେପଟେ ଆଜି ବି ଅସହ୍ୟ ତାତିରେ ସିଝୁଛି ଓଡ଼ିଶା । ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ ଡିଗ୍ରୀ ପାଖାପାଖି ତାପମାତ୍ର ରହିଛି । ଝାରସୁଗୁଡ଼ାରେ ସର୍ବାଧିକ ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।