ରାଜ୍ୟରେ ଖୋଲିବ ୬୪ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ବର (ସଂକେତ୍ ଟିଭି) : ରାଜ୍ୟରେ ଅଦ୍ୟାବଧି ୨୫୦ ଗୋଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ଥିବାବେଳେ ଅବଶିଷ୍ଟ ୬୪ ଗୋଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଆସନ୍ତା ଜୁନ ମାସ ୧୭ ତାରିଖଠାରୁ କାର୍ଯ୍ୟକ୍ଷମ ହେବ । ଏହି ୬୪ ଗୋଟି ଆଦର୍ଶ ବିଦ୍ୟାଳୟରେ ଜୁନ୍ ୧୭ ଠାରୁ ୬ଷ୍ଠ ଶ୍ରେଣୀର ପାଠପଢା ଆରମ୍ଭ କରାଯିବ ।

ସେହିପରି ଏହି ବିଦ୍ୟାଳୟଗୁଡ଼ିକର ସୁପରିଚାଳନା ନିମନ୍ତେ ଆବଶ୍ୟକ ଥିବା ୧୭୪୯ ଗୋଟି ପଦବୀ ପୂରଣ ପ୍ରକ୍ରିୟା ଆସନ୍ତା ଜୁନ୍ ମାସ ମଧ୍ୟରେ ଶେଷ ହେବବୋଲି ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ମଙ୍ଗଳବାର ପୂର୍ବାହ୍ନରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ଲୋକସେବା ଭବନ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର କାର୍ଯ୍ୟ ସମୀକ୍ଷା କରିଥିଲେ । ବୈଠକରେ ସମସ୍ତ ଆଦର୍ଶ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ୨୦୨୩ ମସିହା ନଭେମ୍ବର ମାସ ମଧ୍ୟରେ ସମାପନ କରାଯିବା ପାଇଁ ସ୍ଥିର କରାଯାଇଛି । ନିର୍ମାଣ କାର୍ଯ୍ୟ ୨୦୨୩ ମସିହା ନଭେମ୍ବର ମାସ ମଧ୍ୟରେ ସମାପନ କରାଯିବା ପାଇଁ ମଧ୍ୟ ସ୍ଥିରୀକୃତ ହୋଇଛି ।