ସ୍ୱାମୀଙ୍କୁ ପିଟିପିଟି ମାରି ସ୍ତ୍ରୀ ଫେରାର

ବାରିପଦା (ସଂକେତ୍ ଟିଭି) : ସ୍ୱାମୀଙ୍କୁ ପିଟିପିଟି ମାରିଦେଲା ସ୍ତ୍ରୀ। ଏହାପରେ ସ୍ତ୍ରୀ ପିଲାମାନଙ୍କୁ ନେଇ ପଳାଇଥିବା ସୂଚନା ରହିଛି। ମୟୂରଭଞ୍ଜ ଜିଲ୍ଲାର ଶରତ ଥାନା ସିରିଆପାଳ ଗାଁରେ ଏଭଳି ଘଟଣା ଘଟିଥିବା ଜଣାପଡିଛି । ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବାର ପ୍ରାଥମିକ ତଦନ୍ତରୁ ଜଣାଯାଇଛି।

ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତିରେ ଶରତ ଥାନା ସିରିଆପାଳ ଗାଁର ଲଡୁରା ସିଂହ ବାଳମୁଚା(୪୦)ଙ୍କୁ ସ୍ତ୍ରୀ ଗୁରୁବାରୀ ସିଂହ ବାଳମୁଚା(୩୫) ଏକ କାଠଫାଳିଆରେ ପିଟିପିଟି ମାରିଦେଇଥିଲେ। ଉଭୟଙ୍କ ଭିତରେ ଝଗଡ଼ା ହେବାରୁ ଏଭଳି କାଣ୍ଡ ଘଟିଥିବା କୁହାଯାଉଛି। ଏହାପରେ ଗୁରୁବାରୀ ନିଜର ୩ ଛୁଆଙ୍କୁ ନେଇ କୁଆଡ଼େ ପଳାଇଥିଲେ।

ଖବର ପାଇ ଶରତ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲଡୁରା ସିଂହ ବାଳମୁଚାଙ୍କ ମୃତଦେହକୁ ଜବତ କରିବା ସହ ତଦନ୍ତ ଚଳାଇଛି। ଫେରାର ଅଭିଯୁକ୍ତ ଗୁରୁବାରୀଙ୍କୁ ଧରିବା ଲାଗି ବି ପୁଲିସ ଚେଷ୍ଟା ଚଳାଇଛି।