ରୋଷେଇ ଗ୍ୟାସ ସିଲିଣ୍ଡର ପିଛା ମିଳିବ ୨୦୦ ଟଙ୍କା ସବସିଡି

ନୂଆଦିଲ୍ଲୀ: (ସଂକେତ୍ ଟିଭି) କେନ୍ଦ୍ର ସରକାର ଗରିବ ଲୋକଙ୍କୁ ମଧ୍ୟ ବଡ଼ ଆଶ୍ୱସ୍ତି ଦେଇ ଉଜ୍ଜ୍ୱଳା ଯୋଜନାର ହିତାଧିକାରୀଙ୍କୁ ପ୍ରତି ଗ୍ୟାସ ସିଲିଣ୍ଡର ପିଛା ୨୦୦ ଟଙ୍କାର ସବସିଡି ଦେବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରତି ଉଜ୍ଜ୍ୱଳା ଯୋଜନାର ହିତାଧିକାରୀଙ୍କୁ ୧୨ଟି ସିଲିଣ୍ଡର ଯାଏଁ ଏହି ସବସିଡି ପ୍ରଦାନ କରାଯିବ ।

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ଘୋଷଣା କରି କହିଛନ୍ତି, ‘ଆମେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାର ୯ କୋଟିରୁ ଅଧିକ ଲାଭାର୍ଥୀଙ୍କୁ ସବସିଡି ପ୍ରଦାନ କରିବୁ। ଏହାଦ୍ୱାରା ଆମ ମାଆ, ଭଉଣୀଙ୍କୁ ବହୁ ଉପକୃତ ହେବେ’।