ଶପଥ ନେଲେ୧୩ଜଣ କ୍ୟାବିନେଟ୍, ୮ଜଣ ରାଷ୍ଟ୍ରମନ୍ତ୍ରୀ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ବର (ସଂକେତ୍ ଟିଭି) : ଆଜି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଲୋକସେବା ଭବନର କନ୍ଭେନସନ୍ ହଲ‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନା୍ୟକଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆଜି ମୋଟ ୨୧ଜଣ ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏଥିରେ ୧୩ଜଣ କ୍ୟାବିନେଟ୍ ଓ ୮ଜଣ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ଅଛନ୍ତି। ଏହି ନୂଆ ମନ୍ତ୍ରିମଣ୍ଡଳରେ ୫ ଜଣ ମହିଳାଙ୍କୁ ମଧ୍ୟ ମନ୍ତ୍ରୀ ପଦ ମିଳିଛି। ଏମାନଙ୍କ ଭିତରୁ ୩ଜଣଙ୍କୁ କ୍ୟାବିନେଟ୍ ଓ ୨ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି।

ଏଥିରେ କ୍ଯାବିନେଟ ମନ୍ତ୍ରୀ ଭାବରେ ଜଗନ୍ନାଥ ସାରକା, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ ଅମାତ, ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ ଓ ରାଜେନ୍ଦ୍ର ଢୋଲକିଆ ଶପଥ ଗ୍ରହଣ କରିଥିଲେ।

ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରଥମେ ସମୀରରଞ୍ଜନ ଦାଶ ଶପଥ ଗ୍ରହଣ କରିିଥିଲେ। ତାପରେ ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ ଶପଥ ଗ୍ରହଣ କରିଥିଲେ।

ତେବେ ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ଦାୟିତ୍ବ