ଆସନ୍ତା ସୋମବାରରେ ହେବ ବାଚସ୍ପତି ନିର୍ବାଚନ

ଭୁବନେଶ୍ବର (ସଂକେତ୍ ଟିଭି) : ଆସନ୍ତା ୧୩ ତାରିଖ ସୋମବାରରେ ବାଚସ୍ପତି ନିର୍ବାଚନ ହେବ । ବିଧାନସଭା ସଚିବାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥି ନେଇ ଶୁକ୍ରବାର ଦିନ ପ୍ରାର୍ଥୀପତ୍ର ଦାଖଲ କରାଯିବ ।

ଓଡିଶା ବିଧାନସଭାର ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡିର ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ନାମାଙ୍କନ ଦାଖଲ କରିପାରନ୍ତି । ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଇସ୍ତଫା ପରେ ବାଚସ୍ପତି ପଦ ଖାଲି ପଡିଥିଲା ।

ଗତ ୪ ତାରିଖ ଦିନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ଇସ୍ତଫା ଦେଇଥିଲେ । ଉପବାଚସ୍ପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଦେଇଥିଲେ । ଅସୁସ୍ଥତା କାରଣରୁ ସେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଥିଲା ।