ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେଶନ
ଭୁବନେଶ୍ବର (ସଂକେତ୍ ଟିଭି) : ବିଧାନସଭାର ମୌସୁମୀ ଅଧିବେଶନ ଜୁଲାଇ ୨ ତାରିଖରୁ ଆରମ୍ଭ ହେବ । ଏହା ଅଗଷ୍ଟ ୪ ତାରିଖ ଯାଏଁ ଜାରି ରହିବ । ମୌସୁମୀ ଅଧିବେଶନରେ ମୋଟ ୨୪ କାର୍ଯ୍ୟଦିବସ ରହିଛି ।
ଅଧିବେଶନର ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ। ଗୃହରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ । ଜୁଲାଇ ୩୦ ତାରିଖରେ ସରକାର ବ୍ୟୟ ମଞ୍ଜୁରୀ ବିଲ୍ ଆଗତ କରିବେ ।