ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ

ଭୁବନେଶ୍ୱର:(ସଂକେତ୍ ଟିଭି) ରାଜ୍ୟ ସରକାର ଆଇଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ବରିଷ୍ଠ ଆଇଏଏସ ଅଫିସର ପ୍ରେମଚାନ୍ଦ ଚୌଧୁରୀ କୃଷି ନିର୍ଦ୍ଦେଶକ ହୋଇଛନ୍ତି। ସେହିପରି ସଂଗ୍ରାମ ମହାପାତ୍ର ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ହୋଇଛନ୍ତି। ଏହାସହ ତିନି ମହାନଗର ନିଗମର କମିଶନରଙ୍କୁ ମଧ୍ୟ ବଦଳି କରିଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱର ମହାନଗର କମିଶନର ହୋଇଛନ୍ତି ବିଜୟ ଅମୃତା କୁଲାଙ୍ଗେ।

ଦେବଗଡ ଜିଲ୍ଲାପାଳ ସୁଧାଂଶୁ ସାମଲଙ୍କୁ ଜଳ ସମ୍ପଦ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। କଟକ ମହାନଗର କମିଶନର ଭାବେ ନିଖିଲ ପବନ କଲ୍ୟାଣଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି କେ.ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧା ଜିଲ୍ଲାପାଳ ହୋଇଛନ୍ତି । ସେହିପରି ରାଜସ୍ୱ ବିଭାଗର ଯୁଗ୍ମ ସଚିବ ହୋଇଛନ୍ତି ମଧୁସ୍ମିତା ସାହୁ।