ଦ୍ରୌପଦୀ ମୁର୍ମୁ ହେଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ (ସଂକେତ୍ ଟିଭି) : ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଥିଲେ ଦ୍ରୌପଦୀ ମୁର୍ମୁ। ବିଜେପି ସଂସଦୀୟ ବୈଠକ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ବିଜେପି ଅଧ୍ଯକ୍ଷ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ସୂଚନା ଦେଇଛନ୍ତି ।

ମଙ୍ଗଳବାର ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ବିଜେପିର ସଂସଦୀୟ ବୈଠକ ବସିଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏଂ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସହ ସଂସଦୀୟ ବୋର୍ଡର ଅନ୍ୟ ସଦସ୍ୟ ବୈଠକରେ ଉପସ୍ଥିତ ରହିଥିଲେ।