ଦ୍ରୌପଦୀଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପୂର୍ବରୁ ନବୀନଙ୍କ ସହ ଆଲୋଚନା କରିଥିଲେ ମୋଦୀ

ଭୁବନେଶ୍ବର (ସଂକେତ୍ ଟିଭି) : ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଘୋଷଣା କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏକଥା ଖୋଦ୍ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ମୁହୂର୍ତ୍ତ ବୋଲି ନବୀନ ଟ୍ୱିଟ କରିଛନ୍ତି । ହେଲେ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟରୁ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିତ୍ୱ ସମ୍ପର୍କରେ ସେ ପୂର୍ବରୁ ଜାଣି ସାରିଥିବା ସଙ୍କେତ ମିଳିଛି।