EducationFeaturedLatest

ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷାଫଳ

ଭୁବନେଶ୍ବର (ସଂକେତ ଟିଭି): ମାଟ୍ରିକ୍ ପରୀକ୍ଷାଫଳ ଜୁଲାଇ ୬ ତାରିଖ ଦିନ ଗୋଟାଏ ବେଳେ ପ୍ରକାଶ ପାଇବ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ ଏହି ସୂଚନା ଦେଇଛନ୍ତି। ଏହି ପରୀକ୍ଷା ଫଳ bseodisha.ac. in ଏବଂ odisharesult.nic.in ରେ ଉପଲବ୍ଧ ହେବ।

ମନ୍ତ୍ରୀ ଶ୍ରୀ ଦାଶ କହିଥିଲେ, ଏବେ ମାଟ୍ରିକ୍ ପରୀକ୍ଷା ଖାତା ଦେଖା ସରିଥିବା ବେଳେ ଅନ୍ୟାନ୍ୟ ଆନୁସାଙ୍ଗିକ କାର୍ଯ୍ୟ ଚାଲିଛି। ନିର୍ଭୁଲ ପରୀକ୍ଷାଫଳ ପ୍ରକାଶ ପାଇଁ ଉଦ୍ୟମ ଜାରି ରହିଛି। ଖୁବ୍ ଶୀଘ୍ର ପରୀକ୍ଷାଫଳ ପ୍ରକାଶ ପାଇବାର ତାରିଖ ଘୋଷଣା ହେବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଯୋଗୁଁ ୨ବର୍ଷ ପରେ ଏଥର ଅଫଲାଇନରେ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ। ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ରୁ ମେ ୭ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିଥିଲା। ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ।