୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ କନିଷ୍ଠ ମହିଳା ଯନ୍ତ୍ରୀ

ଭୁବନେଶ୍ବର (ସଂକେତ ଟିଭି): ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କନିଷ୍ଠ ମହିଳା ଯନ୍ତ୍ରୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଭିଜିଲାନ୍ସ ବେଗୁନିଆ ବ୍ଲକରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ସଂଘମିତ୍ରା ସାହୁଙ୍କୁ ଗିରଫ କରିଛି । ବିଲ୍‌ ପାସ କରିବାକୁ ସଂଘମିତ୍ରା ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ ମାଡି ବସିଥିଲା ।