୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲିଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ସେ ୨୫ ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ । ଦିଲ୍ଲୀଗସ୍ତ ଅବସରରେ ସେ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ନବୀନ ୨୬ ତାରିଖରେ ଓଡିଶା ଫେରିବେ । ଏନେଇ ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି ।

ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲା । ଦଳମତ ନିର୍ବିଶେଷରେ ସବୁ ଦଳ ଓଡିଆ ଝିଅଙ୍କୁ ଭୋଟ୍ ଦେବାକୁ ମଧ୍ୟ ନବୀନ ପଟ୍ଟନାୟକ ଆହ୍ୱାନ କରିଥିଲେ ।