କୃଷି ଋଣ ଉପରେ ମିଳିବ ୧.୫% ସୁଧ ରିହାତି

ନୂଆଦିଲ୍ଲୀ : (ସଂକେତ୍ ଟିଭି) ତିନି ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧିର କୃଷି ଋଣ ଉପରୁ ବାଷିକ ୧.୫ ପ୍ରତଶିତ ସୁଧ ରିହାତି ଯୋଗାଇଦେବେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ସବୁଋଣ ଲଗାଣକାରୀ ସଂସ୍ଥା ପାଇଁ ୧.୫ ପ୍ରତଶିତ ସୁଧ ରିହାତି ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ତେଣୁ ସବୁ ଋଣ ଲଗାଣକାରୀ ଆର୍ଥିକ ସଂସ୍ଥା ଯଥା ସରକାରୀ ବ୍ୟାଙ୍କ, ଘରୋଇ ବ୍ୟାଙ୍କ, କ୍ଷୁଦ୍ର ଆର୍ଥିକ ବ୍ୟାଙ୍କ ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ, ସମବାୟ ବ୍ୟାଙ୍କ ଏବଂ ବାଣିଜ୍ୟିକ ବ୍ୟାଙ୍କମାନଙ୍କ ସହ ସିଧାସଳଖ ଯୋଡି ହୋଇଥିବା କମ୍ୟୁଟରୀକୃତ ପ୍ରାଥମିକ କୃଷିସମିତିମାନଙ୍କୁ ବାର୍ଷିକ ଦେଢ଼ ପ୍ରତଶିତ ସୁଧ ରିହାତି ମିଳିବି ।

ଆର୍ଥିକ ଋଣ ଲଗାଣକାରୀ ସଂସ୍ଥାମାନେ ଏହି ଦେଢ଼ ପ୍ରତଶିତ ସୁଧ ରିହାତି ସୁବଧା ଚାଷୀଙ୍କୁ ଯୋଗାଇ ଦେବେ । ୨୦୨୨-୨୩ ଆର୍ଥିକ ବର୍ଷ ଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୩ ଲକ୍ଷ ଟଙ୍କାର ସ୍ୱଳ୍ପ ଅବଧି ବିଶିଷ୍ଟ କୃଷି ଋଣ ଉପରେ ଏହି ରିହାତି ସୁବଧା ମିଳବି । ସୁଧ ଛାଡ଼ ସୁବଧା ନିମନ୍ତେ କାର୍ଯ୍ୟକାରୀ ହେବାକୁଥବବା ଏହି ଯୋଜନାରେ ୨୦୨୨-୨୩ ଆର୍ଥିକ ବର୍ଷଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୩୪ ହଜ୍‌ାର ୮୫୬ କାଟି ଟଙ୍କା ଖର୍ଚ୍ଚ ହେବ । ଏଥିପାଇଁ ଅତିରିକ୍ତ ବଜେଟ୍‌ ବ୍ୟବସ୍ଥା କରାଯାଇଛି ।