ଭାରତ ବାୟୋଟେକର ନାଜାଲ କରୋନା ଟିକାକୁ ମିଳିଳା ଅନୁମତି
ନୂଆଦିଲ୍ଲୀ : (ସଂକେତ୍ ଟିଭି) ଭାରତ ବାୟୋଟେକ ଦ୍ବାରା ବିକଶିତ କରୋନା ନାଜାଲ ଟିକାକୁ ମିଳିଲା ଅନୁମତି। ଜରୁରୀକାଳୀନ ପରିସ୍ଥିତିରେ ବ୍ୟବହାର ପାଇଁ ନାଜାଲ ଟିକାର ବ୍ୟବହାର ପାଇଁ ସେଣ୍ଟ୍ରାଲ ଡ୍ରଗ୍ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ (ସିଡିଏସସିଓ) ଅନୁମତି ଦେଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ମାସରେ ଭାରତ ବାୟୋଟେକ ଦ୍ବାରା ପ୍ରସ୍ତୁତ କରାଯାଇଥିବା ନାଜାଲ କୋଭିଡ-୧୯ ଟିକାର ପରୀକ୍ଷଣ ଆରମ୍ଭ ହୋଇଥିଲା। ପରୀକ୍ଷଣ ପରେ ଏବେ ଏହାକୁ ଅନୁମତି ମିଳିଛି।