ବିଧାୟକଙ୍କ ସ୍ୱାସ୍ଥ୍ୟବୀମା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର : (ସଂକେତ୍ ଟିଭି) ସ୍ୱାସ୍ଥ୍ୟସେବାର ବ୍ୟୟବୃଦ୍ଧି ଦୃଷ୍ଟିରୁ ବିଧାୟକ ଏବଂ ପୂର୍ବତନ ବିଧାୟକମାନଙ୍କ ସ୍ୱାସ୍ଥ୍ୟବୀମା ରାଶିକୁ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଁ ବାଚସ୍ପତି ଅନୁମୋଦନ କରିଛନ୍ତି ।

ସୂଚନା ଅନୁସାରେ ୨୦୧୨-୧୩ ଆର୍ଥିକ ବର୍ଷରୁ ବିଧାୟକ ତଥା ପୂର୍ବତନ ବିଧାୟକଙ୍କ ନିମନ୍ତେ ସରକାର ସ୍ୱାସ୍ଥ୍ୟବୀମାର ସୁବିଧା ଯୋଗାଇ ଦିଆଯାଉଛନ୍ତି । ବିଧାୟକ ତଥା ପୂର୍ବତନ ବିଧାୟକ ଓ ସେମାନଙ୍କର ପତ୍ନୀଙ୍କ ନିମନ୍ତେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମା ସୁବିଧା ଦିଆଯାଉଥିଲାା ଏହି ସ୍ୱାସ୍ଥ୍ୟବୀମା ରାଶିର ପରିମାଣ ବୃଦ୍ଧି କରିବା ନିମନ୍ତେ ବାରମ୍ବାର ଦାବି କରିଆସୁଥିଲା । ଏହି ରାଶିକୁ ରାଶିକୁ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ନିମନ୍ତେ ପ୍ରସ୍ତାବ ରାଜ୍ୟ ସରକାରଙ୍କ ବିଚାର ନିମନ୍ତେ ଉପସ୍ଥାପନ କରାଯାଇଥିଲାା ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଏହି ବୃଦ୍ଧି ପ୍ରସ୍ତାବ ଉପରେ ସହମତି ପ୍ରଦାନ କରିଥିଲୋ ଅର୍ଥ ବିଭାଗର ଉକ୍ତ ସହମତି କ୍ରମେ ପ୍ରତ୍ୟେକଙ୍କୁ ଏକ ବର୍ଷ ଅବଧି ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ନବୀକରଣ ପ୍ରସ୍ତାବକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଅନୁମୋଦନ କରିଛନ୍ତିା

ଓଡ଼ିଶା ବିଧାନସଭାର ସଦସ୍ୟ-ସଦସ୍ୟାମାନଙ୍କ ମଧ୍ୟରେ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବାଦଦେଇ ୧୨୪ ଜଣ ବିଧାୟକ/ବିଧାୟିକା ଏବଂ ତାଙ୍କର ୮୮ ଜଣ ପତି/ପତ୍ନୀ, ଏହିପରି ମୋଟ ୨୧୨ ଜଣଙ୍କୁ ଏହି ବର୍ଦ୍ଧିତ ସ୍ୱାସ୍ଥ୍ୟବୀମାର ସୁବିଧା ମିଳିବା ଏଥି ସହିତ ଓଡ଼ିଶା ବିଧାନସଭାର ୩୧୭ ଜଣ ପୂର୍ବତନ ବିଧାୟକ/ବିଧାୟିକା ଏବଂ ସେମାନଙ୍କର ୨୪୫ ଜଣ ପତି/ପତ୍ନୀ, ଏହିପରି ମୋଟ ୫୬୨ ଜଣ ଏହି ବର୍ଦ୍ଧିତ ସ୍ୱାସ୍ଥ୍ୟବୀମାର ସୁବିଧା ପାଇବେ ।