୧୮ରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : (ସଂକେତ୍ ଟିଭି) ୧୭ରୁ୧୮ ତାରିଖରେ଼ ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି ।

ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ବର୍ଷା ଲାଗି ରହିବ । ଆସନ୍ତା ୨୪ଘଂଟା ମଧ୍ୟରେ ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୁରଭଂଜ, ବରଗଡ, ବଲାଙ୍ଗିର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁରରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲା ଗୁଡିକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । । ଏହି ସମୟରେ ବାଲେଶ୍ବର କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ ଦେବଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ନୟାଗଡ, ଗଞ୍ଜାମ, ରାୟଗଡା, କୋରାପୁଟରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।