ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର : (ସଂକେତ୍ ଟିଭି) ଉତ୍ତର ବଙ୍ଗୋପସାଗର ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

କେନ୍ଦ୍ର ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ର ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ । ତାହା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି।

ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୧ ଯାଏଁ ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆଗାମୀ ୭୨ ଘଣ୍ଟା ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଚେତାବନୀ ଜାରି କରାଯାଇଛି।