ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର : (ସଂକେତ୍ ଟିଭି) ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନ୍‌ସନ୍‌ ଉପଭୋକ୍ତାଙ୍କ ମହଙ୍ଗା ଭତ୍ତାରେ ରାଜ୍ୟ ସରକାର ତିନି ପ୍ରତିଶତ ବୃଦ୍ଧି କରିଛନ୍ତି । ଫଳରେ ଏବେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ବର୍ଦ୍ଧିତ ଭତା ତା ଗତ ଜାନୁଆରୀ ପହିଲା ପିଛିଲା ଭାବରେ ଲାଗୁ ହେବ ବୋଲି ସରକାର ଘୋଷଣା କରିଛନ୍ତି । ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନ ଉପଭୋକ୍ତାଙ୍କୁ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।

ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବେ । ଏହାସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ସେମାନଙ୍କୁ ପ୍ରଦାନ କରାଯିବ। ବର୍ଦ୍ଧିତ ଡିଏ ନିଷ୍ପତ୍ତି ଯୋଗୁଁ ରାଜ୍ୟ ସରକାରଙ୍କ ମୋଟ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ ।