ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ଆସିଲା ନୂଆ ନିୟମ

ଭୁବନେଶ୍ୱର: (ସଂକେତ୍ ଟିଭି) : ରାଜ୍ୟ ସଡକ ପ୍ରାଧିକରଣ ପକ୍ଷରୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ନୂଆ ନିୟମ ଲାଗୁ କରାଯାଇଛି । ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଫାଇନ୍‌ ଦେବାରୁ ଚାଳକ ବର୍ତ୍ତିବେ । ଚେକିଂ ବେଳେ ଅନଲାଇନ ବୁକିଂ ସ୍ଲିପ୍ ଦେଖାଇଲେ ଚାଳକ ଫାଇନ୍‌ରୁ ବର୍ତ୍ତିବେ ।

୧ କିମ୍ବା ୨ରେ ସରୁଥିବା ନମ୍ବର ପାଇଁ ଡେଡଲାଇନ ୩୦ ସେପ୍ଟେମ୍ବରକୁ ବୃଦ୍ଧି କରାଯାଇଛି । ଅର୍ଥାତ ସେପ୍ଟେମ୍ବର ୩୦ ପୂର୍ବରୁ ରେଜିଷ୍ଟ୍ରେସନ କରିବାକୁ ପଡିବ । ସେହିଭଳି ୩ ଓ ୪ ସରୁଥିବା ନମ୍ବର ପାଇଁ ଡେଡଲାଇନ ହେଉଛି ୩୦ ସେପ୍ଟେମ୍ବର । ୫ ଓ ୬ ସରୁଥିବା ନମ୍ବର ପାଇଁ ଡେଡଲାଇନ ଅକ୍ଟୋବର ୩୧ ଏବଂ ୭ ଓ ୮ ସରୁଥିବା ନମ୍ବର ପାଇଁ ଡେଡଲାଇନ ନଭେମ୍ବର ୩୦ । ୯ ଏବଂ ୦ ସରୁଥିବା ନମ୍ବର ପାଇଁ ଡେଡଲାଇନ ଡିସେମ୍ବର ୩୧ ରଖାଯାଇଛି ।