ମିଶିଗଲେ ଦୁଇ ଘୁର୍ଣ୍ଣିବଳୟ, ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର : (ସଂକେତ୍ ଟିଭି) ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟିହୋଇଛି ।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବର୍ତ୍ତମାନ ସକ୍ରିୟ ଥିବାବେଳେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା। ଆଉ ଏହି ଘୂର୍ଣ୍ଣିବଳୟଟି ଆଜି ପ୍ରଥମ ଘୂର୍ଣ୍ଣିବଳୟ ସାଙ୍ଗରେ ମିଶିଯାଇଛି। ଏହାର ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟିହୋଇଛି । ଏହାଫଳରେ ୩ ତାରିଖଠାରୁ ୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ।