ଧାମନଗର ଉପନିର୍ବାଚନ ପାଇଁ ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର : (ସଂକେତ୍ ଟିଭି) : ଧାମନଗର ଉପନିର୍ବାଚନ ପାଇଁ ବିଜେଡି ତାର ପ୍ରାର୍ଥୀ ଘୋଷଣା କରିଛି । ତିହିଡି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସଙ୍କୁ ବିଜେଡି ତାର ପ୍ରାର୍ଥୀ କରିଛି ।

ପୂର୍ବରୁ ବିଜେପି ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ବାବା ହରେକୃଷ୍ଣ ଦାସଙ୍କୁ ପ୍ରାର୍ଥୀ କରିଥିଲା । ମଙ୍ଗଳବାର ଦିନ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବାବା ହରେକୃଷ୍ଣ ସେଠୀ ୧୪ରେ ନାମାଙ୍କନ ଦାଖଲ କରିବାର କାର୍ଯ୍ଯକ୍ରମ ରହିଛି ।