ଉଚ୍ଛେଦ ହେଲା ଚୁକ୍ତି ଭିତ୍ତିକ ଚାକିରୀ ବ୍ୟବସ୍ଥା

ଭୁବନେଶ୍ବର: (ସଂକେତ୍ ଟିଭି) ରାଜ୍ୟରେ ଲାଗୁ ହୋଇଥିବା ଚୁକ୍ତି ଭିତ୍ତିକ ଚାକିରୀ ବ୍ୟବସ୍ଥା ଉଚ୍ଛେଦ କରିବା ନେଇ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି । ଚୁକ୍ତି ଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ।

ଏହାଦ୍ବାରା ବର୍ତ୍ତମାନ ଚାକିରୀରେ ଥିବା ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ରାଜ୍ୟ ସରକାର ହାରାହାରି ଅଧିକ ୧୩ ଶହ କୋଟି ଟଙ୍କା ଖର୍ଚ୍ଚ କରିବେ । ଆସନ୍ତାକାଲି ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ ।