EntertainmentFeaturedLatest

ଶାଶୁଘର ଚାବି ଫେରାଇଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ : (ସଂକେତ୍ ଟିଭି ) ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଶାଶୁଘର ଚାବି ଫେରାଇଛନ୍ତି । ସେ କଟକ ଏସ୍‌ଡିଜେଏମ୍‌ କୋର୍ଟରେ ଆଜି ଚାବି ଦାଖଲ କରିଛନ୍ତି। ନଭେମ୍ୱର ୨ ତାରିଖ ସୁଦ୍ଧା ଅନୁଭବଙ୍କ ଘରର ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି, ତାହେଲେ ବର୍ଷା କୋର୍ଟରେ ଜମା କରିବାକୁ ଏସ୍‌ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ବର୍ଷା ଚାବି କୋର୍ଟରେ ଚାବି ଫେରାଇଛନ୍ତି।

ଅନ୍ୟପକ୍ଷରେ ପରିବାର ଅଦାଲତରେ ମଧ୍ୟ ଆଜି ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ହୋଇଛି। ଗତ ଅକ୍ଟୋବର ୨ ତାରିଖରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶାଶୂଘର ଛାଡିଥିଲେ । ନିର୍ଦ୍ଧାରିତ ସମୟ ପୂର୍ବରୁ ଘର ଛାଡ଼ିବା ସତ୍ୱେ ତାଲା ପକାଇ ସାଙ୍ଗରେ ଚାବି ନେଇଯାଇଥିଲେ । କୋର୍ଟଙ୍କ ପୂର୍ବ ଆଦେଶ ସତ୍ତ୍ୱେ ବର୍ଷା ତାଙ୍କ ଶାଶୁଘର ଚାବି ପ୍ରଦାନ ନ କରିବାରୁ ଅନୁଭବ କୋର୍ଟରେ ବର୍ଷାଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଉଭୟ ପକ୍ଷଙ୍କୁ ଶୁଣିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଏହାସହ ବର୍ଷା ରୁଜୁ କରିଥିବା ଅନ୍ୟ ୨ ମାମଲାକୁ ମଧ୍ୟ କୋର୍ଟ ଖାରଜ କରି ଦେଇଥିଲେ। ଅନ୍ୟପଟେ ଅନୁଭବଙ୍କ ପିଟିସନର ଉତ୍ତରରେ ବର୍ଷା କହିଥିଲେ ଘର ଛାଡ଼ିବା ପରେ ଏହାର ସୁରକ୍ଷା ପାଇଁ ସେ ତାଲା ପକାଇ ଚାବି ନିଜ ପାଖରେ ରଖିଥିଲେ ।