୭ ହଜାର ୫୪୦ ହାଇସ୍କୁଲ ଶିକ୍ଷକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର : (ସଂକେତ୍ ଟିଭି) ରାଜ୍ୟ ସରକାର ୭ ହଜାର ୫୪୦ ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରିବେ । ଏହି ଶିକ୍ଷକ ହାଇସ୍କୁଲରେ ନିଯୁକ୍ତି ପାଇବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଯୁକ୍ତିକୁ ଅନୁମୋଦନ କରିଛନ୍ତି । ୫ଟି ସଚିବ ଭିକେ ପାଣ୍ଡିଆନ ଏ ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।

ଦୁଇ ପର୍ଯ୍ୟାୟର ଶିକ୍ଷକ ନିଯୁକ୍ତି ସାରିବା ପରେ ତୃତୀୟ ପର୍ଯ୍ୟାୟ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ସାଢ଼େ ସାତ ହଜାର ହାଇସ୍କୁଲ ଶିକ୍ଷକ ନିଯୁକ୍ତି କରିବାକୁ ବିଭାଗ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି।

ସୂଚନାଥାଉକି, ବିଗତ ଦୁଇ ପର୍ଯ୍ଯାୟର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଶେଷ କରିବା ପରେ ମୁଖ୍ୟମନ୍ତ୍ରୀ ତୃତୀୟ ପର୍ଯ୍ୟାୟ ନିଯୁକ୍ତି ଲାଗି ପଦକ୍ଷକ ଗ୍ରହଣ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଥମ ପର୍ୟ୍ୟାୟରେ ୬୦୩୧ ଓ ଦ୍ୱିତୀୟ ପର୍ୟ୍ୟାୟରେ ୬ ହଜାର ୮୯୧ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି।