ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ହେଲେ ପ୍ରଦୀପ ପୁରୋହିତ

ଭୁବନେଶ୍ୱର : (ସଂକେତ୍ ଟିଭି) ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ତାର ପ୍ରାର୍ଥୀ ଘୋଷଣା କରିଛି । ବିଜେପିର ବରିଷ୍ଠ ନେତା ପ୍ରଦୀପ ପୁରୋହିତ ବିଜେପିର ପ୍ରାର୍ଥୀ ହୋଇଛନ୍ତି । ସେ ଆସନ୍ତା ୧୪ ତାରିଖରେ ନାମାଙ୍କନ ଭରିବେ । ଏନେଇ ବିଜେପି ବିଧାୟିକା କୁସୁମ ଟେଟେ ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ, ପଦ୍ମପୁରରେ ବିଜେଡି ବିଧାୟକଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ଆସନ । ଏହି ଆସନରେ ଉପନିର୍ବାଚନ ଲାଗି କିଛି ଦିନ ତଳେ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର । ଏହିକ୍ରମରେ ଡିସେମ୍ବର ୫ରେ ପଦ୍ମପୁରରେ ଉପନିର୍ବାଚନ ହେବ । ଏଥିଲାଗି ନଭେମ୍ବର ୧୦ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ ହେବାକୁ ଥିବା ବେଳେ ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ । ଏହାପରେ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ ।