ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର : (ସଂକେତ୍ ଟିଭି) ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର-ଆଣ୍ଡାମାନ ସାଗରରେ ଗୁରୁବାର ସକାଳେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଗାମୀ ୧୯ ତାରିଖ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ କଣ ରହିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଆଗ ଗୋଟେ କି ଦୁଇ ଦିନ ମଧ୍ୟରେ ପୁରା ଚିତ୍ର ସ୍ପଷ୍ଟ ହୋଇଯିବ ବୋଲି ଅନୁମାନ କରାଯାଉଛି ।