ଝାରସୁଗୁଡ଼ା ବିଧାନସଭା ଆସନରେ ହୋଇପାରେ ଉପନିର୍ବାଚନ

ଝାରସୁଗୁଡା : (ସଂକେତ୍ ଟିଭି) ଝାରସୁଗୁଡ଼ା ବିଧାନସଭା ଆସନରେ ଉପନିର୍ବାଚନ ହେବାର ସମ୍ଭାବନା ରହିଛି। ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ହୋଇଛି ।

୨୦୧୯ ସାଧାରଣ ନିର୍ବାଚନ ପରେ ଓଡ଼ିଶାର ଷୋଡ଼ଶ ବିଧାନସଭା ଗଠିତ ହୋଇଥିଲା। ଏହାର କାର୍ଯ୍ୟକାଳ ଶେଷ‌ ହେବାକୁ ବର୍ଷେରୁ ଅଧିକ ସମୟ ବାକି ଥିବାରୁ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବା ଏକ ପ୍ରକାର ନିଶ୍ଚିତ। ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ୬ ମାସରୁ ଅଧିକ ଧରି କୌଣସି ବିଧାନସଭା ଆସନକୁ ଖାଲି ରଖାଯାଇ ପାରିବନାହିଁ।

ତେବେ ଏହି ଆସନଟି ଖାଲି ହେବା ନେଇ ବିଧାନସଭା ପକ୍ଷରୁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ)ଙ୍କୁ ବିଧିବଦ୍ଧଭାବେ ଅବଗତ କରାଯିବା ପରେ ଆୟୋଗଙ୍କ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ।