ଟିପିଏସଓଡିଏଲର ସିନିୟର୍ ଜେନେରାଲ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ବ୍ରହ୍ମପୁର : (ସଂକେତ୍ ଟିଭି) ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଟିପିଏସଓଡିଏଲ୍ ସିନିୟର୍ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀଙ୍କ ବାସଭବନ ସମେତ ୧୦ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ଚଢ଼ଉ କରିଛି। ଚଢ଼ାଉରେ ଜଣେ ଅତିରିକ୍ତ ଏସପି, ୩ ଜଣ ଡିଏସପି, ୧୨ ଜଣ ଇନ୍ସପେକ୍ଟର ଓ ସବଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

ସୂଚନା ଅନୁଯାୟୀ, ବ୍ରହ୍ମପୁରର ସିଦ୍ଧାର୍ଥ ନଗରରେ ଥିବା ତାଙ୍କର ତିନି ମହଲା କୋଠା, ଶଶୀଭୂଷଣ ନଗରରେ ଥିବା ଦୁଇ ମହଲା କୋଠା, ଶିବ ମନ୍ଦିର ପଛରେ ଥିବା ଫାର୍ମ ହାଉସ୍, ଏସବିଆଇ ନିକଟ ଲୋଚାପଡା ମୁଖ୍ୟ ରାସ୍ତାରେ ଥିବା ଘର ଓ ମା ଭୈରବୀ ଟ୍ରେଡର୍ସର ଅଫିସ୍, ଅମ୍ବାପୁଆ ଠାରେ ଥିବା ୨ ବିଏଚକେ ଫ୍ଲାଟ, ନିଜ ଗାଁ ବାଳକୃଷ୍ଣପୁରର ଘର, ଟିପିଏସଓଡିଏଲ୍ କର୍ପୋରେଟ୍ ଅଫିସରେ ଥିବା ଚାମ୍ବର, ଗୋପାଳପୁର ଥାନା ହରିପୁରରେ ଥିବା ଦୁଇ ମହଲା କୋଠା ଓ ପୁରୀ ଜିଲ୍ଲା ପିପିଲିରେ ଥିବା ଗୋଟିଏ ଫ୍ଲାଟରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ଉ ଚାଲିଛି।