ଜୟପୁରର ବିକ୍ରମଦେବ କଲେଜ ପାଇଲା ବିଶ୍ୱବିଦ୍ୟାଳୟର ମାନ୍ୟତା

ଭୁବନେଶ୍ୱର : (ସଂକେତ୍ ଟିଭି) ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।

୧୯୪୭ ମସିହାରେ ସ୍ଥାପିତ ହୋଇଥିବା ବିକ୍ରମ ଦେବ ମହାବିଦ୍ୟାଳୟ ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି । ଏହି ମହାବିଦ୍ୟାଳୟରେ ଏବେ ୧୬ଟି ପୋଷ୍ଟ ଗ୍ରାଜୁଏଟ ପ୍ରୋଗ୍ରାମ୍‌, ୧୭ଟି ଅଣ୍ଡର ଗ୍ରାଜୁଏଟ ପ୍ରୋଗାମ୍‌ ସହିତ ବିବିଏ, ବିସିଏ, ବି.ଇଡି ପାଠ୍ୟକ୍ରମ ଜାରି ରହିଛି । ବର୍ତ୍ତମାନ ଚାରି ହଜାର ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି. । ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି । ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ , ରାୟଗଡା ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ।