ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଧକ୍କା ପିଟିଲା ଆଇଚର, ୭ ଜଣଙ୍କ ମୃତ୍ୟୁ
ଚଣ୍ଡିଖୋଲ : (ସଂକେତ ଟିଭି) କୋଲକାତା ପଟୁ ଆସୁଥିବା ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ଟ୍ରକୁକୁ ଧକ୍କା ଦେବାରୁ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣା ୧୬ ନମ୍ବର ଜାତୀୟ ରାଜପଥ ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର ନିକଟରେ ଘଟିଛି।
ସୂଚନା ଅନୁସାରେ, କୋଲକତା ପଟୁ ଦ୍ରୁତ ଗତିରେ ଏକ କୁକୁଡ଼ା ବୋଝେଇ ଆଇଚର ଗାଡ଼ି ନେଉଳପୁର ସେଣ୍ଟ୍ରାଲ ବ୍ୟାଙ୍କ ନିକଟରେ ତାହା ଭାରସାମ୍ୟ ହରାଇ ତାହା ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍ ପଛ ପଟେ ପିଟି ହୋଇଥିଲା। ଆଇଚରରେ ଥିବା ୭ ଜଣଙ୍କ ମଧ୍ୟରୁ ଡ୍ରାଇଭରଙ୍କ ସମେତ ୬ ଜଣଙ୍କର ଘଟଣାସ୍ଥଳରେ ଚାପି ହୋଇ ମୃତ୍ୟୁ ହୋଇଥିଲା। ଆଉ ଜଣେ ଟ୍ରକ୍ ଉପରେ ରହି ଯାଇଥିବା ବେଳେ ସେ ଗୁରୁତର ହୋଇ ପଡ଼ିଥିଲେ। ତାଙ୍କୁ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଉଦ୍ଧାର କରି ଧର୍ମଶାଳା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ଆଇଚର ଗାଡ଼ିଟି ପଶ୍ଚିମବଙ୍ଗର ହୋଇଥିବା ବେଳେ ମୃତକ ମଧ୍ୟ ପଶ୍ଚିମବଙ୍ଗର ହୋଇଥିବା ଅନୁମାନ କରାଯାଉଛି।