ଦ୍ବିତୀୟ ବିବାହ କଲେ ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର
ଭୁବନେଶ୍ୱର : (ସଂକେତ ଟିଭି) ଜୁନାଗଡ ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ଆଜି ଦ୍ବିତୀୟ ବିବାହ କରିଛନ୍ତି । ସେ ସଫ୍ଟଓୟାର ଇଞ୍ଜିନିୟର ପ୍ରିୟଙ୍କା ଅଗସ୍ତିଙ୍କ ହାତ ଧରିଛନ୍ତି । ଉଭୟ ପକ୍ଷର ସମ୍ପର୍କୀୟଙ୍କ ଉପସ୍ଥିତିରେ ପିପିଲର ହୋଟେଲ ଆଭେଞ୍ଚରରେ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି । ତେବେ ସବୁ ଲୋକଙ୍କୁ ବିବାହ ଉତ୍ସବକୁ ଛଡାଯାଉ ନାହିଁ । ଯେଉଁମାନଙ୍କ ନିକଟରେ ପାସ ଅଛି ସେମାନଙ୍କୁ ଛଡାଯାଇଥିଲା । ଏହି ବିବାହ କାର୍ଯ୍ୟକ୍ରମରେ ମୋଟ ୬୦ ଜଣ ଲୋକ ଯୋଗଦେଇଥିଲେ।
କ୍ୟାପ୍ଟେନ୍ ଦିବ୍ୟଶଙ୍କର ତାଙ୍କ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଲକ ଦେକୋଟ ଗାଁର ପ୍ରିୟଙ୍କାଙ୍କୁ ବିବାହ କରିବେ ବୋଲି ଚର୍ଚ୍ଚା ହେଉଥିଲା । ଯାହା ଏବେ ସତ ହୋଇଛି । ତେବେ ଏହା ହେଉଛି କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କର ଦ୍ୱିତୀୟ ବିବାହ । ପୂର୍ବରୁ ସେ ଜୟପାଟଣାରେ ବିବାହ କରିଥିଲେ । କୌଣସି କାରଣ ପାଇଁ ସେ ତାଙ୍କ ପ୍ରଥମ ପତ୍ନୀଙ୍କୁ ଛାଡପତ୍ର ଦେଇଛନ୍ତି । ଦିବ୍ୟଶଙ୍କର ପୁଅ ଅଛି । ସେ ଲଣ୍ଡନରେ ପାଠ ପଢ଼ୁଛନ୍ତି । ଏଣେ ପ୍ରିୟଙ୍କାଙ୍କର ମଧ୍ୟ ଏହା ଦ୍ବିତୀୟ ବିବାହ। ଆଗରୁ ସେ ମାନସ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କୁ ବିବାହ କରିଥିଲେ। ତେବେ ଉଭୟଙ୍କର ପରେ ଛାଡ଼ପତ୍ର ହୋଇଥିଲା।
