ଆସନ୍ତା ୨୬ରେ ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର : (ସଂକେତ ଟିଭି) ଆସନ୍ତା ୨୬ ତାରିଖ ଦିନ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓଡିଶା ଗସ୍ତରେ ଆସିବେ। ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ଏହି ସୂଚନା ପ୍ରଦାନ କରିଛନ୍ତି ।

ସେ କହିଛନ୍ତି ଯେ, ସେ ଭଦ୍ରକରେ ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ସେ ତୃଣମଳ ସ୍ତରର କାର୍ଯ୍ୟକର୍ତ୍ତାଙ୍କୁ ଉଦବୋଧନ ଦେବେ । ସାଧାରଣଲୋକଙ୍କ ଦଳ ସହିତ କିପରି ଯୋଡିବେ । ସେନେଇ କର୍ମୀଙ୍କୁ ଗୁରୁମନ୍ତ୍ର ମଧ୍ୟ ଦେବେ ।

ଏହାଛଡ଼ା କେନ୍ଦ୍ର ଗୃହମନ୍ତ୍ରୀ ଭଦ୍ରକର କେତେକ ଐତିହାସିକ ସ୍ଥଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛ। ଅମିତ ଶାହଙ୍କର ଢେଙ୍କାନାଳ ଓ  ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରବାସ କାର୍ଯ୍ୟକ୍ରମ ରହିଛି।