ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା

ନୂଆଦିଲ୍ଲୀ : (ସଂକେତ୍ ଟିଭି) ପାନ (ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର) ସହ ଆଧାର ଲିଙ୍କ୍ କରିବାର ସମୟସୀମା ପୁଣି ଥରେ ବୃଦ୍ଧି ପାଇଛି । ଏହି ସମୟସୀମାକୁ ଆସନ୍ତା ୨୦୨୩ ଜୁନ୍ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ଏ ନେଇ ଏକ ବିଜ୍ଞପ୍ତି ଜାରି କରି ଘୋଷଣା କରିଛି ।

କେନ୍ଦ୍ର ସରକାରଙ୍କ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରି କରି କୁହାଯାଇଛି ଯେ, ଟିକସଦାତାଙ୍କୁ କିଛିଟା ଆଶ୍ୱସ୍ତି ଦେଇ ପାନ୍ ସହ ଆଧାର ଲିଙ୍କ୍ କରିବାର ଶେଷ ତାରିଖକୁ ଜୁନ୍ ୩୦, ୨୦୨୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପୂର୍ବରୁ ପାନ୍ କାର୍ଡ ଓ ଆଧାର କାର୍ଡ ଲିଙ୍କ୍ କରିବାର ଶେଷ ତାରିଖ ମାର୍ଚ୍ଚ ୩୧, ୨୦୨୩ ଥିଲା। ଗତ କିଛି ବର୍ଷ ହେଲା ସରକାର ଏହି ସମୟସୀମାକୁ ବଢାଇ ଚାଲିଛନ୍ତି ।