ଝାରସୁଗୁଡା ଉପନିର୍ବାଚନ; ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ

ଭୁବନେଶ୍ବର : (ସଂକେତ୍ ଟିଭି) । ଦିବଙ୍ଗତ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ଝାରସୁଗୁଡା ଉପନିର୍ବାଚନ ପାଇଁ ନିଜର ପ୍ରାର୍ଥୀ କରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ।
ଝାରସୁଗୁଡା ଆସନ ପାଇଁ ବିଜେଡି ଦୀପାଳିଙ୍କୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଥିଲା । ଦଳ ପକ୍ଷରୁ ଅନେକ ସଂକେତ ମଧ୍ୟ ମିଳିଥିଲା।

ଉଲ୍ଲେଖଯୋଗ୍ୟ ଯେ ଗତ ମାର୍ଚ୍ଚ ୨୪ (ବୁଧବାର) ଝାରସୁଗୁଡା ଉପନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିଶନର ତାରିଖ ଘୋଷଣା କରିଥିଲେ । ମଇ ୧୦ରେ ଝାରସୁଗୁଡା ଉପନିର୍ବାଚନ ପାଇଁ ଭୋଟିଂ ହେବ । ଏଥିପାଇଁ ଏପ୍ରିଲ୍ ୧୩ରେ ବିଜ୍ଞପ୍ତି ପ୍ରକାଶ ପାଇବ। ୨୦ରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ୨୧ରୁ ୨୩ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବ । ଏପ୍ରିଲ୍‌ ୨୪ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ମଇ ୧୩ରେ ଭୋଗ ଗଣତି ହେବ ।