ଭୁବନେଶ୍ବରରୁ କଟକକୁ ଗଡ଼ିବ ମେଟ୍ରୋ ଟ୍ରେନ
ଭୁବନେଶ୍ବର :(ସଂକେତ୍ ଟିଭି) ଭୁବନେଶ୍ବରରୁ କଟକକୁ ମେଟ୍ରୋ ଟ୍ରେନ ଗଡିବ । ଆଜି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।
ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାମକୁ ଅନୁମୋଦନ ମିଳିଥିବାବେଳେ ଭୁବନେଶ୍ବର-କଟକ-ପୁରୀକୁ ମେଟ୍ରୋ ଟ୍ରେନ ସଂଯୋଗ କରିବ । ମେଟ୍ରୋ ଟ୍ରେନ୍ ପ୍ରଥମ ପର୍ଯ୍ୟାୟରେ ବିମାନବନ୍ଦରରୁ ତ୍ରିଶୁଳିଆକୁ ଚନ୍ଦ୍ରଶେଖରପୁର ଦେଇ ସଂଯୋଗ କରିବ । ଏହି ମେଟ୍ରୋ ବିମାନବନ୍ଦରରୁ ବାହାରି ରେଳଷ୍ଟେସନ, ବାଣୀବିହାର, ପଟିଆ, ନନ୍ଦନକାନନ ଦେଇ ତ୍ରିଶୁଳିଆକୁ ଯୋଡ଼ିବ ।
ଏ ନେଇ ଅନୁଷ୍ଠିତ ସର୍ଭେ କାର୍ଯ୍ୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା,୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍, ଉନ୍ନୟନ କମିଶନର ଅନୁ ଗର୍ଗ, ପରିବହନ ସଚିବ ଉଷା ପାଢ଼ୀ , ଗୃହ ଓ ନଗର ଉନ୍ନୟନ ବିଭାଗର ସଚିବ ଜି ମାଥିଭାଥାନନ୍, ଆଇଟି ପ୍ରମୁଖ ସଚିବ ମନୋଜ ମିଶ୍ର ଓ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସାମିଲ ଥିଲେ। କେଉଁ କେଉଁ ରୁଟ ଦେଇ ଯିବ ମେଟ୍ରୋ ସେଇ ସମସ୍ତ ଲାଇନ ଉପରେ ସମୀକ୍ଷା କରାଯାଇଥିଲା।